ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେଲେ ଉପରାଷ୍ଟ୍ରପତି, ୫ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି
ଭୁବନେଶ୍ବର, (ଓଡିଶା ଟାଇମ୍) :ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେଲେ ଉପରାଷ୍ଟ୍ରପତି ଏମ୍ ଭେଙ୍କେୟା ନାଇଡୁ । ଏହି ଅବସରରେ ୫ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନଜନକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି । ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ପ୍ରଦାନ କରାଯାଇଛି । ହାଇକୋର୍ଟ ବିଚାରପତି ଜଷ୍ଟିସ୍ ସଞ୍ଜୁ ପଣ୍ଡାଙ୍କୁ ଡକ୍ଟରେଟ୍ ଉପାଧି । ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ଡକ୍ଟରେଟ୍ ଉପାଧି ପ୍ରଦାନ କରାଯାଇଛି ।
ଏହି ଅବସରରେ ଉପରାଷ୍ଟ୍ରପତି କହିଛନ୍ତି, ଶିକ୍ଷା ସଫଳ ଜୀବନର ପ୍ରଥମ ପାହାଚ । ଚରିତ୍ର ଗଠନରେ ଶିକ୍ଷାର ପ୍ରମୁଖ ଭୂମିକା ରହିଛି । ଓଡିଶାର କଳା, ସଂସ୍କୃତି, ପରମ୍ପରା ବେଶ ଉନ୍ନତ । ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳିତ ଓ ସୁସଂଗଠିତ କରିଥାଏ ଶିକ୍ଷା । ଛାତ୍ରଛାତ୍ରୀ ଦେଶର ଭବିଷ୍ୟତ, ଏକଥା ମନେ ରଖିବା ଉଚିତ୍ । କଠିନ ପରିଶ୍ରମ ଛାତ୍ରଛାତ୍ରୀଙ୍କୁ ସଫଳତା ଆଣିଦେବ ।