ଭିଜିଲାନ୍ସ ଜାଲରେ ନୂଆଗଡ଼ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍

ଗଜପତି, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ଫରେଷ୍ଟର । ଭିଜିଲାନ୍ସ ପକ୍ଷରୁ ଗଜପତି ଜିଲ୍ଲା ନୁଆଗଡ ଫରେଷ୍ଟର ଗଣେଶ ପ୍ରଧାନଙ୍କ ଘରେ ଚଢାଉ ହୋଇଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ରେଡ ଜାରି ରହିଛି ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟର ଗଣେଶ ପ୍ରଧାନଙ୍କ ରେଡ୍ ହୋଇଛି । ଭିଜିଲାନ୍ସ ପକ୍ଷରୁ  ନୁଆଗଡ ସରକାରୀ କାର୍ଯ୍ୟାଳୟ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ  ହୋଇଛି । ଚଢାଉ ହେଉଥିବା ସ୍ଥାନଗୁଡ଼ିକ ମଧ୍ୟରେ  ପାରଳାଖେମୁଣ୍ଡି ଗାନ୍ଧୀ ନଗର, ହରିଶ୍ଚନ୍ଦ୍ର ପୁର ପୈତୃକ ବାସଭବନ, ପାତପାଟନା ସ୍ଥିତ ବାସଭବନ ରହିଛି । ତେବେ ବର୍ତ୍ତମାନ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ ।

Leave a Reply

Your email address will not be published. Required fields are marked *