ହୀରାକୁଦ ଜଳଭଣ୍ଡାରର ୨୦ଟି ଗେଟ୍ ଖୋଲା
ସମ୍ବଲପୁର, (ଓଡିଶା ଟାଇମ୍) :ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ଜଳସ୍ତର ୬୧୫.୯୫ ଫୁଟ୍ ରହିଛି । ସେପଟେ ୨୦ଟି ଗେଟ୍ ଦେଇ ୩ ଲକ୍ଷ ୨୨ ହଜାର ୯୫୦ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିବାବେଳେ ଜଳଭଣ୍ଡାରକୁ ୨ ଲକ୍ଷ ୮୯ ହଜାର ୫୮୨ କ୍ୟୁସେକ୍ ଜଳ ପ୍ରବେଶ କରୁଛି ।
ଉପରମୁଣ୍ଡରେ ବର୍ଷା ତଥା ଜଳଭଣ୍ଡରକୁ ଜଳପ୍ରବେଶକୁ ଆଖିଆଗରେ ରଖି ଡ୍ୟାମ୍ କର୍ତ୍ତୃପକ୍ଷ ୨୦ଟି ଗେଟ୍ ଖୋଲିଛନ୍ତି । ତେବେ ଗୋଟିଏ ପଟେ ବର୍ଷା ଓ ଅନ୍ୟପଟେ ଜଳପତ୍ତନ ବୃଦ୍ଧି ଗେଟ୍ ଖୋଲିବାର ପ୍ରମୁଖ କାରଣ ବୋଲି ଜଣାପଡିଛି ।