ଆସୁଛି ଆଉ ଏକ ଲଘୁଚାପ !

ଭୁବନେଶ୍ବର, (ଓଡିଶା ଟାଇମ୍) :  ଆସୁଛି ଆଉ ଏକ ଲଘୁଚାପ  ।  ଆସନ୍ତା ୧୩ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର  ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।  ଲଘୁଚାପ ପ୍ରଭାବରେ  ୭ଟି ଜିଲ୍ଲାର କିଛି  ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ କହିଛି  ବିଭାଗ ।  ୭ଟି ଜିଲ୍ଲା ଗୁଡିକ ହେଉଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କନ୍ଧମାଳ ଓ ଗଂଜାମ ଜିଲ୍ଲା । ଏହି ଜିଲ୍ଲାମାନଙ୍କର ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସମ୍ଭାବ୍ୟ ସ୍ଥିତିକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍‌ କମିସନର(ଏସ୍‌ଆରସି)ଙ୍କ ପକ୍ଷରୁ ଆଜି ଜିଲ୍ଲାପାଳମାନଙ୍କୁ ସତର୍କ କରାଇ ପରାମର୍ଶ ଦିଆଯାଇଛି।ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।  

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ସମସ୍ତ ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ହେବ। ଏହା ତୁଳନାରେ ଦକ୍ଷିଣ ଓଡ଼ିଶାରେ ସାମାନ୍ୟ କମ୍‌ ରହିବ ଏବଂ ଅଳ୍ପ କିଛି ସ୍ଥାନର ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ଉପକୂଳ ଓଡ଼ିଶାରେ ବି ସମାନ ସ୍ଥିତି ଲାଗିରହିବ। ୧୨ ଓ ୧୩ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାରେ ମୌସୁମୀ ଅଧିକ ସକ୍ରିୟ ରହିବ। ଫଳରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁରର ଅଧିକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। କଟକ ଓ ଭୁବନେଶ୍ବର ସହରରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସନ୍ଧ୍ୟାରେ ଘଡ଼ଘଡ଼ି ଓ ବଜ୍ରପାତ ହେବାର ଆଶଙ୍କା ରହିଛି। 

Leave a Reply

Your email address will not be published.