ଗୁରୁବାର ମଧ୍ୟାହ୍ନ ସୁଦ୍ଧା ୧୦ ଜିଲ୍ଲାରେ ବର୍ଷା, ଘଡ଼ଘଡ଼ି, ବିଜୁଳି
ଭୁବନେଶ୍ୱର, (ଓଡ଼ିଶା ଟାଇମ୍): ଗୁରୁବାର ମଧ୍ୟାହ୍ନ ସୁଦ୍ଧା ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ପ୍ରଭୃତି ୧୦ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକରେ ହଳଦିଆ ସଙ୍କେତ ଜାରି କରାଯାଇଛି। ଅର୍ଥାତ୍ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ଜିଲ୍ଲାଗୁଡ଼ିକରେ ବର୍ଷା ଓ ତୋଫାନ ହେବା ଆଶଙ୍କା ରହିଛି। ଏଣୁ ସତର୍କ ରହିବା ଆବଶ୍ୟକ।
ପାଣିପାଗ ବିଗା ବୁଲେଟିନ୍ରେ କୁହାଯାଇଛି , ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ହେବାର ଆଶଙ୍କା ରହିଛି।
ଭୁବନେଶ୍ୱର ସ୍ଥିତ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନାରେ କୁହାଯାଇଛି ଯେ ଏହି ସମୟ ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତର, ଉତ୍ତର ଆଭ୍ୟନ୍ତର ଓ ଉପକୂଳ ସମେତ ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ସୋନପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଅନୁଗୁଳ ଜିଲ୍ଲାର ବହୁ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବା ସମ୍ଭାବନା ରହିଛି।