ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର, (ଓଡିଶା ଟାଇମ୍) : ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସେହିପରି ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ,ବଲାଙ୍ଗୀର, ନୂଆପଡ଼ା, ସମ୍ବଲପୁର, ଦେଓଗଡ଼, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ ଆସନ୍ତାକାଲି ରାଜ୍ୟରେ କାଁ ଭାଁ କିଛି ସ୍ଥାନରେ ବର୍ଷା ହେବ । ଦକ୍ଷିଣ ଦିଗରୁ ପବନ ବୋହୁଥିବାରୁ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟର ଅନ୍ୟ ସ୍ଥାନ ତୁଳନାରେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ହେଲେ ଆସନ୍ତା ୭-୮ଦିନ ପର୍ଯ୍ୟନ୍ତ ବଡ଼ ବର୍ଷାର ସମ୍ଭାବନା ନାହିଁ । ହଠାତ ଆକାଶରେ ବାଦଲ ଭାସି ଆସି ବର୍ଷା ହେବ ବୋଲି ଡ. ସାହୁ ଆକଳନ କରିଛନ୍ତି ।
ଅପରପକ୍ଷେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍.ଆର୍ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ଯେ ସୋମବାର ରାଜ୍ୟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ।