ଆସନ୍ତା ୨୪ ଘଣ୍ଟା ଭିତରେ ବିଭିନ୍ନ ଜିଲ୍ଳାରେ ବର୍ଷା ହେବାର ଆଶଙ୍କା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସବୁ ଜିଲ୍ଳାର ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ସମ୍ଭାବନା ରହିଛି । ଏଥିସହ କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ। ଏହା ପରେ ୨୫ ତାରିଖଠାରୁ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ଗବେଷଣା କେନ୍ଦ୍ର ପକ୍ଷରୁ କୁହାଯାଇଛି।

ବର୍ତ୍ତମାନ ମୌସୁମୀ ଟ୍ରାଫ୍‌ ପୂର୍ବ ମୁହାଁ ବିହାରରୁ ବଙ୍ଗୋପସାଗର ଆଡ଼କୁ ଗତି କରୁଛି। ଫଳରେ ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ବର୍ଷା ସ୍ବାଭାବିକ ରହିବ। ଏହି ସମୟରେ ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ  ମାଲକାନଗିରି, କଳାହାଣ୍ଡି,ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, କନ୍ଧମାଳ, ଅନୁଗୁଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ନବରଙ୍ଗପୁର, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published.