ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା, କିଛି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କଲେ ପାଣିପାଗ ବିଭାଗ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟର କେତେକ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏହି ସମୟରେ କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ସମ୍ବଲପୁର ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହାର ପରବର୍ତୀ ଦୁଇ ଦିନ ଓଡ଼ିଶାରେ କମ୍  ବର୍ଷା ରହିବ। ୧୯ ତାରିଖଠାରୁ ପୁଣିଥରେ ବର୍ଷା ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

 

Leave a Reply

Your email address will not be published.