ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଢେଙ୍କାନାଳ,ମାଲକାନଗିରି, ନବରଙ୍ଗପୁର ଓ ଅନୁଗୁଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ସେହିପରି ସୁନ୍ଦରଗଡ଼,ନୂଆପଡ଼ା, ବଲାଙ୍ଗୀର, ସୋନପୁର, କେନ୍ଦୁଝର, ମୟୂରଭଞ୍ଜ, କଟକ, ବୌଦ୍ଧ, କନ୍ଧମାଳ, ଓ ଦେଓଗଡ଼ ଆଦି ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି କେନ୍ଦ୍ର ଆକଳନ କରିଛ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂଣ୍ଣିବଳୟ ସୃଷ୍ଟି ହୋଇଛି ।

ତେବେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡିବ ନାହିଁ । ମାତ୍ର ବାୟୁମଣ୍ଡଳରେ ଜଳୀୟବାଷ୍ପ ଥିବାରୁ ଏହାର ପ୍ରଭାବରେ ରାଜ୍ୟର କିଛି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବ । ବର୍ତ୍ତମାନ ରାଜ୍ୟରେ ମୌସୁମୀ ଦୁର୍ବଳ ଅଛି । ଆଜି ପର୍ଯ୍ୟନ୍ତ ଦୁର୍ବଳ ରହିବ । ତେବେ ତା’ପରେ ସ୍ୱାଭାବିକ ବର୍ଷା ହେବ । ଅଧିକ ବର୍ଷା ନହେଲେ ବି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ।

Leave a Reply

Your email address will not be published.