ସନ୍ତା ୪ରୁ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା , କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ୪/୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବ । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାକୁ ଥିବାରୁ ସାବଧାନତା ଅବଲମ୍ବନ କରିବା ପାଇଁ ଲୋକଙ୍କୁ ଅନୁରୋଧ କରାଯାଇଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।

ସେହିପରି ୧୦ ତାରିଖ ଦିନ ମଧ୍ୟ ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କଟକ, କେନ୍ଦୁଝର ଓ ମୟୂରଭଞ୍ଜର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ୧୧ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜର  କିଛି କିଛି ସ୍ଥାନରେ ଏବଂ ୧୨ ତାରିଖ ଦିନ ମାଲକାନଗିରି,  କୋରାପୁଟ ଓ ନବରଙ୍ଗପୁରର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏହି ୪ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ପୁରୀ, ନୟାଗଡ଼, କୋରାପୁଟ ଓ ରାୟଗଡ଼ାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ସ୍ବଳ୍ପ ବର୍ଷା ହୋଇପାରେ। ତେବେ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବରର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। 

 

Leave a Reply

Your email address will not be published.