ଆସୁଛି ଆଉ ଏକ ଲଘୁଚାପ : ୨୪ରୁ ୨୬ ଯାଏଁ ଲଗାଣ ବର୍ଷା
ଭୁବନେଶ୍ବର, (ଓଡିଶା ଟାଇମ୍) :ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଆସନ୍ତା ୨୩ ତାରିଖବେଳକୁ ଏକ ଲଘୁଚାପ ସମ୍ଭାବନା ରହିଛି । ଏହା ପ୍ରଭାବରେ ୨୨ରୁ କ୍ରମଶଃ ବର୍ଷା ବଢ଼ିବ । ବେଶି ବର୍ଷାହେବ ୨୪ରୁ ୨୬ ତାରିଖ ମଧ୍ୟରେ । ସମଗ୍ର ଉପକୂଳ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ରହିଛି ।
୨୪ରୁ ବର୍ଷା ପରିମାଣ ଆହୁରି ବଢ଼ିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ରହିଛି । ଅନୁଗୁଳ, ସମ୍ବଲପୁର, ମାଲକାନଗିରି , କୋରାପୁଟ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଦେବଗଡ଼, ନବରଙ୍ଗପୁରରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୨୫ ଓ ୨୬ରେ ବର୍ଷା ଲାଗି ରହିବ । ୨୪ରୁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। ସମ୍ଭାବ୍ୟ ବର୍ଷା ନେଇ ସତର୍କ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ କୁମାର ଜେନା ।
ଆଜି ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ ନାହିଁ । ତଥାପି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, କେନ୍ଦୁଝର, ଦେବଗଡ଼, ଯାଜପୁରର ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ହୋଇପାରେ । ୨୩ ତାରିଖରେ ବାଲେଶ୍ୱର, ଭଦ୍ରକ, ପୁରୀ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ଅଛି । ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଢେଙ୍କାନାଳ, ମାଲକାନଗିରିରେ ବି ପ୍ରବଳ ବର୍ଷା ଆଶଙ୍କା ଅଛି ।