ଆସନ୍ତା ଦୁଇ ଦିନ ଯାଏଁ ପ୍ରବଳ ବର୍ଷା !
ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ଦୁଇ ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ୨୫ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ । ଗୁରୁବାର କିଛି ଜିଲାରେ ପ୍ରବଳ ବର୍ଷା ସହିତ ଆଉ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ସୂଚନା ଅନୁସାରେ ଜଗତସିଂହପୁର,ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସମ୍ବଲପୁର, ଅନୁଗୋଳ, ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଶୁକ୍ରବାର ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହେବ। ତେବେ ରାଜ୍ୟର ଅନେକ ଜିଲ୍ଲାକୁ ୨୫ ତାରିଖ ଯାଏଁ ୟେଲୋ ୱାର୍ନିଂ ଜାରି କରାଯାଇଛି ।