ଆଜିଠୁ ବଢ଼ିବ ବର୍ଷାର ପରିମାଣ , ୯ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବ
ଭୁବନେଶ୍ବର, (ଓଡିଶା ଟାଇମ୍) : ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଏ ନେଇ ୯ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲ ମାର୍କଡ଼ ଲୋ ପ୍ରେସରରେ ପରିଣତ ହୋଇଛି ।
ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ରେଡ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ହେଲା ସମ୍ବଲପୁର , ସୋନପୁର , ଝାରସୁଗୁଡ଼ା , ବରଗଡ଼ , ବୌଦ୍ଧ , ବଲାଙ୍ଗିର , କଳାହାଣ୍ଡି , ସୁନ୍ଦରଗଡ଼ ଓ ଦେବଗଡ଼ ।
ସେହିପରି ଟୁଇନ ସିଟିରେ ମଧ୍ୟ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି କଟକ ଓ ଭୁବନେଶ୍ବରରେ ସକାଳ ୯ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।
ବିଶେଷକରି ଉତ୍ତର ଓ ପଶ୍ଚିମ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି ରାଜ୍ୟର ୯ ଜିଲ୍ଲା ରେ ପ୍ରବଳରୁ ଅତିପ୍ରବଳ ବର୍ଷିବ। ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ତେଣୁ ଏହି ସବୁ ଜିଲ୍ଲାଗୁଡିକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଅନୁଗୁଳ, ନୂଆପଡ଼ା, ନବରଙ୍ଗପୁର, କେନ୍ଦୁଝର, ଢେଙ୍କାନାଳ, ମୟୂରଭଞ୍ଜ ଓ କନ୍ଧମାଳରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।