ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି, ୧୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ବର, (ଓଡିଶା ଟାଇମ୍) : ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ଏବଂ ଉତ୍ତର ଓଡ଼ିଶା ମଧ୍ୟବର୍ତ୍ତୀ ଅଞ୍ଚଳରେ ରହିଛି। ଏହାର ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଥିବାବେଳେ ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଛି।

୧୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ସମ୍ବଲପୁର, ସୋନପୁର, ଝାରସୁଗୁଡା, ବରଗଡ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ,ଦେବଗଡ, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ ଓ ମୟୂରଭଂଜ ପାଇଁ ରେଡ୍  ଵାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାରେ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

ସେହିଭଳି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମାଲକାନଗିରି, କୋରାପୁଟ, କନ୍ଧମାଳ, ନୂଆପଡ଼ା ଓ ନବରଙ୍ଗପୁର ପାଇଁ ଅରେଞ୍ଜ ଵାର୍ଣ୍ଣିଂ ବା ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହା ପରେ ବର୍ଷା ପ୍ରକୋପ କମିବ। ପ୍ରବଳ ବର୍ଷା ପାଇଁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି କରିଛି। ରାଜ୍ୟର ଉତ୍ତର ଓ ଉପକୂଳବର୍ତୀ ସଂଲଗ୍ନ ୯ଟି ଜିଲ୍ଲାରେ ହାରାହାରି ୧୦୦ ମିଲିମିଟରରୁ ଅଧିକ ବର୍ଷା ରେକର୍ଡ କରାଯାଇଛି ।

Leave a Reply

Your email address will not be published. Required fields are marked *