୧୮ରୁ ରାଜ୍ୟରେ ବଢିବ ଶୀତର ପ୍ରକୋପ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଖସୁଛି ପାରଦ, ବଢୁଛି ଶୀତ। ୧୮ରୁ ବଢିବ ଶୀତର ପ୍ରକୋପ। ୨ରୁ ୩ ଡିଗ୍ରୀ ସେଲ୍‌ସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ । ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା କମିବା ଯୋଗୁ ଥଣ୍ଡା ଅନୁଭୂତ ହେବ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ସୋମବାର ଆନ୍ଧ୍ର ଉପକୂଳ ଓ ତାମିଲନାଡ଼ୁର କିଛି ସ୍ଥାନରେ ବର୍ଷା ହେବା ନେଇ ଅନୁମାନ କରାଯାଉଛି । ଏହାଦ୍ୱାରା ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଶୀତର ଲହରୀ ଅନୂଭୁତ ହେବ। ତେବେ ଆସନ୍ତା ୨ରୁ ୩ଦିନ ମଧ୍ୟରେ ରାଜ୍ୟରେ ପାଗର ବିଶେଷ ପରିବର୍ତ୍ତନ ହେବ ନାହିଁ । କିନ୍ତୁ ୧୮ ତାରିଖରୁ ତାପମାତ୍ରା କମିବ ଓ  ଶୀତର ପ୍ରକୋପ ବଢ଼ିବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି ।

ଅନ୍ୟପଟେ  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୩ରୁ ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସେତେଟା ପରିବର୍ତ୍ତନ ହେବ ନାହିଁ।  ଭୁବନେଶ୍ୱର ସବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ସେଲସିୟସ୍‌ ରହିବ ବୋଲି କେନ୍ଦ୍ର ଆକଳନ କରିଛି ପାଣିପାଗ କେନ୍ଦ୍ର ।

Leave a Reply

Your email address will not be published.