ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଥଣ୍ଡା ଲହରୀ ଜାରି ରହିଛି। ବିଭିନ୍ନ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ତେବେ ଏହାରି ମଧ୍ୟରେ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ଥିବା ବେଳେ ଅନୁଗୁଳ ଓ ବାରିପଦାରେ ଗତକାଲି ସର୍ବନିମ୍ନ ତାପମାତ୍ରା ୧୫.୬ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି।
ସେହିପରି ରାଜ୍ୟର ଅନେକ ସ୍ଥାନରେ କୁହୁଡ଼ି ହୋଇଥିବା ଦେଖିବାକୁ ମିଳିଛି। ଭୁବନେଶ୍ୱର, କଟକରେ କୁହୁଡ଼ି ଦେଖିବାକୁ ମିଳିଛି ସେପଟେ ରାୟଗଡ଼ା, କନ୍ଧମାଳ, କୋରାପୁଟ୍, ମାଲକାନଗିରି ଓ ନୟାଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହୋଇଛି।