ତାପମାତ୍ରା କମିବା ସହିତ ବଢିବ ଶୀତ
ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ତାପମାତ୍ରା କମିବା ସହିତ ବଢିବ ଶୀତ । ଏନେଇ ପାଣିପାଗ ବିଭାଗ ପକ୍ଷରୁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଉଛି ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ, ଅନୁଗୋଳ, ବୌଦ୍ଧ ଓ କନ୍ଧମାଳ ।
ତେବେ ଗତ ୨୪ ଘଣ୍ଟାରେ ମଧ୍ୟରେ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ପରିଲକ୍ଷିତ ହୋଇନଥିବା ଦେଖିବାକୁ ମିଳିଛି । ତେବେ ଆଗାମୀ ୫ଦିନ ଯାଏଁ ପାଗ ଶୁଖିଲା ରହିବାରାକୁ ଥିବା ବେଳେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କୁହୁଡି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସେହିଭଳି ଆଗାମୀ ୨, ୩ ଦିନ ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ୩ରୁ ୪ ଡିଗ୍ରି ହ୍ରାସ ଘଟିବ ବୋଲି ପାଣିପାଗ କେନ୍ଦ୍ର କହିଛି । ଯାହା ଫଳରେ ରାଜ୍ୟରେ ବର୍ତ୍ତମାନଠୁ ଅଧିକ ଶୀତ ଅନୁଭୁତ ହେବାନେଇ ସମ୍ଭାବନା ରହିଛି ।
ତେବେ ଗତ ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିଥିଲା । ସେହିପରି ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଫୁଲବାଣୀଠାରେ ୭.୫ ଡିଗ୍ରି ରେକର୍ଡ କରାଯାଇଥିବାବେଳେ ଭୁବନେଶ୍ୱରର ସର୍ବନିମ୍ନ ତାପମାତ୍ରା ୧୬.୦ ଡିଗ୍ରି