ଆଜି ୧୯ ଜିଲ୍ଲାରେ ଘଡଘଡି ଓ ବର୍ଷା ସମ୍ଭାବନା
ଭୁବନେଶ୍ବର, (ଓଡିଶା ଟାଇମ୍) :ଗୁରୁବାର ରାଜ୍ୟର ୧୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଭଳି ପୂର୍ବାନୁମାନ କରିଛନ୍ତି ପାଣିପାଗବିତ୍ । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ଏହି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ପାଣିପାଗ ବିଭାଗର ସୂଚନା ପରେ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ସୂଚନା ଦିଆଯାଇଛି । ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଫସଲ ସୁରକ୍ଷିତ ରଖିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।