ଆଜି ୯ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) :ଶନିବାର ରାଜ୍ୟର ୯ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗବିତମାନେ ପୂର୍ବାନୁମାନ କରିଛନ୍ତି ।

ଏହି ଜିଲ୍ଲାଗୁଡିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଁ ଭାଁ ବର୍ଷା ହେବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ବର୍ଷା ପ୍ରଭାବରେ ଦୁଇଦିନ ପରେ ରାଜ୍ୟରେ ତାପମାତ୍ରା ସାମାନ୍ୟ କମିବ । ପୂର୍ବ ଭଳି ଗରମ ହେବନି । ସାମାନ୍ୟ ଶୀତ ହେବ ।

ସେହିପରି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି ଯେ, ଶନିବାର ରାଜ୍ୟରେ ଖରାଟିଆ ପାଗ ରହିବ । ଉତ୍ତର ଓ ଦକ୍ଷିଣ ଉପକୂଳର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ। ତେବେ ୨୧ରୁ ଧୀରେ ଧୀରେ ତାପମାତ୍ରା ବଢ଼ିବ ।

Leave a Reply

Your email address will not be published. Required fields are marked *