ଆହୁରି ୪ ଦିନ କାଳବୈଶାଖୀ ! ୧୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଆହୁରି ୪ ଦିନ ଯାଏଁ କାଳବୈଶାଖୀ ସମ୍ଭାବନା । ଏ ନେଇ ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସତର୍କତା ଜାରି କରାଯାଇଛି । ଆଜି ପାଇଁ ୧୩ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।

ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବ । ସେହିପରି ଆସନ୍ତାକାଲି ପାଇଁ ୧୪ଟି ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୦ ତାରିଖ ସୋମବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଛି । ଗତକାଲି କିଛି ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ପରେ ତାପମାତ୍ରା ସାମାନ୍ୟ କମିଛି ।

Leave a Reply

Your email address will not be published. Required fields are marked *