ଦୁଇ ଦିନ ରାଜ୍ୟରେ କାଳବୈଶାଖୀ ବର୍ଷା : ୯ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ୮ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ପୂର୍ବରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୧୦ ତାରିଖ ଆଡକୁ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସହ ଓଡିଶାକୁ ପ୍ରବେଶ କରିବ ମୌସୁମୀ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ । ଆଜି ଏବଂ ଆସନ୍ତାକାଲି ରାଜ୍ୟରେ କାଳବୈଶାଖୀ ବର୍ଷା ହେବ । ଆଜି ଗୋଟିଏ ଏବଂ ଦୁଇଟି ସ୍ଥାନରେ କାଳବୈଶାଖୀ ହେବା ସହ ଆସନ୍ତାକାଲି କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବରରେ ବିଜୁଳି ଘଡଘଡି ସହ ବର୍ଷା ହେବ । ଏହି ଜିଲ୍ଲାଗୁଡିକ ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *