ବର୍ଷା ଓ ବଜ୍ରପାତ ଆଶଙ୍କା, ରାଜ୍ୟର ୧୪ ଟି ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି
ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବର୍ଷା ସହିତ କିଛି କିଛି ଅଞ୍ଚଳରେ ବଜ୍ରପାତ ମଧ୍ୟ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।ଏନେଇ ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ବଲାଙ୍ଗିର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି କୁହାଯାଇଛି।
ସେହିପରି ବୌଦ୍ଧ, କୋରାପୁଟ, ଗଜପତି, ନୟାଗଡ଼, ଭଦ୍ରକ, ନୂଆପଡ଼ା, ଢେଙ୍କାନାଳ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାରେ ମଧ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ମଧ୍ୟ ଜାରି କରାଯାଇଛି।